ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭ ପ୍ରତିଶତ ପଛୁଆ ବର୍ଗର (ଓବିସି) ପ୍ରାର୍ଥୀ ଦେବ। ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦଳ ଏହି ନିଷ୍ପତ୍ତି ନେଇଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ରପ୍ରତାପ ସ୍ବାଇଁ ଏବଂ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।
ସାଂପ୍ରତିକ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ପଞ୍ଚାୟତିରାଜ ସଂସ୍ଥାଗୁଡିକରେ ଆଗାମୀ ନିର୍ବାଚନ ପାଇଁ ଆବଶ୍ୟକ ସଂରକ୍ଷଣ ନିମନ୍ତେ ସରକାର ବିଚାର କରୁଛନ୍ତି ବୋଲି ଏହି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଦୁଇ ମନ୍ତ୍ରୀ।
ଏହା ସଂପ୍ରତି ବିଭିନ୍ନ ନ୍ୟାୟାଳୟର ଅନ୍ତରୀଣ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାରେ ସହାୟକ ହେବା ସଙ୍ଗେ ସଙ୍ଗେ ଏକ ଚୂଡାନ୍ତ ନିଷ୍ପତ୍ତି ନେବାରେ ସହାୟତା କରିବ। ତେବେ କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ଥୀମାନେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରି ଓ ଶିକ୍ଷାନୁଷ୍ଠାନମାନଙ୍କରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି। ସେହିପରି ରାଜ୍ୟର ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରିରେ ସଂରକ୍ଷଣ ସୁବିଧା ପାଉଛନ୍ତି। ରାଜ୍ୟ ପଛୁଆ ବର୍ଗ କମିସନ ଆଇନ୍ ବଳରେ ରାଜ୍ୟ ସରକାର ଚାହିଁଲେ କୌଣସି ଯୋଗ୍ୟ ଜାତିକୁ ଏସଇବିସି ତାଲିକାରେ ଅନ୍ତର୍ଭୁକ୍ତ କରିପାରୁଛନ୍ତି। ଏ ପର୍ଯ୍ୟନ୍ତ ରାଜ୍ୟର ୨୦୯ ଜାତି ଓ ଉପଜାତି ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି।
The post ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ପଛୁଆ ବର୍ଗର ଲୋକଙ୍କୁ ପ୍ରାର୍ଥୀ କରିବ ବିଜେଡି first appeared on Sambad.from ରାଜନୀତି | Sambad https://ift.tt/3Avz158
0 Comments