ଖୋର୍ଦ୍ଧା/ବାଲୁଗାଁ: ଖୋର୍ଦ୍ଧା ଏନ୍‌ଏସି କାର୍ଯ୍ୟାଳୟ ପରିସର ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାସନକାର୍ଡ ବଂଟନ ବେଳେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ବିଜେପିର ବାଲୁଗାଁ ନଗର ମଣ୍ଡଳ ସଭାପତି ନିରଂଜନ ସେଠୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏହି ଘଟଣାରେ ବିଜେପି ପକ୍ଷରୁ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରାଯିବା ସହ ତାଙ୍କର ଗିରଫଦାବିରେ ଥାନା ଆଗରେ ଧାରଣାରେ ବସିଛନ୍ତି।

ସୂଚନାନୁସାରେ, ଆଜି ବାଲୁଗାଁ ଏନ୍‌ଏସି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାସନକାର୍ଡ ବଂଟନ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା। ଏଥିରେ ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଯୋଗ ଦେବା କାର୍ଯ୍ୟକ୍ରମ ମଧ୍ୟ ରହିଥିଲା। ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଦିନ ପ୍ରାୟ ୧୧ଟା ବେଳେ ପହଂଚିଥିଲେ।

ତେବେ ସ୍ଥାନୀୟ ବିଜେପିର ନଗର ମଣ୍ଡଳ ସଭାପତି ନିରଂଜନ ସେଠୀଙ୍କ ନେତୃତ୍ୱରେ ବିଜେପିକର୍ମୀମାନେ ବିଧାୟକଙ୍କ ଯୋଗ ଦାନକୁ ବିରୋଧ କରିଥିଲେ। କାର୍ଯ୍ୟାଳୟ ଫାଟକ ସମ୍ମୁଖରେ ବିଧାୟକଙ୍କୁ କାର୍ଯ୍ୟାଳୟ ମଧ୍ୟକୁ ପଶିବାକୁ ଦେଇନଥିଲେ । ଏହାକୁନେଇ ବିଧାୟକ ଓ ବିଜେପି ମଣ୍ଡଳ ସଭାପତିଙ୍କ ମଧ୍ୟରେ ବଚସା ହୋଇଥିଲା । ବଚସା ସମୟରେ ଉତକ୍ଷୀପ୍ତ ହୋଇ ବିଧାୟକ ମଣ୍ଡଳ ସଭାପତିଙ୍କୁ ମାରିବାପାଇଁ ହାତ ଉଠାଇଥିଲେ। ଏହାକୁ ନେଇ ଉଭୟଙ୍କ ସମର୍ଥକଙ୍କ ମଧ୍ୟରେ ୧୦-୧୫ ମିନିଟ୍‌ ଧରି ପରସ୍ପର ଗାଳିଗୁଲଜ କରିବା ସହ ଧସ୍ତାଧସ୍ତି ହୋଇଥିଲା। ଏହି ଘଟଣାରେ ନିରଂଜନ ସେଠୀଙ୍କ ପକ୍ଷରୁ ବିଧାୟକ ଜଗଦ୍ଦେବଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ ଦିଆଯାଇଥିଲା। ତେବେ ଥାନାରେ ଅଭିଯୋଗ ଭିତ୍ତିରେ ଏତଲା ଦାଏର ହୋଇନଥିବାରୁ ଅପରାହ୍‌ଣରେ ପୃଥ୍ଵବୀରାଜ ହରିଚନ୍ଦନଙ୍କ ନେତୃତ୍ୱରେ ଥାନା ସମ୍ମୁଖରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

The post ବିଜେପି କର୍ମୀଙ୍କୁ ମାଡ଼ ମାରିଲେ ଚିଲିକା ବିଧାୟକ, ଥାନାରେ ମାମଲା ରୁଜୁ first appeared on Sambad.

from ରାଜନୀତି | Sambad https://ift.tt/3zWaI0n