ଭୁବନେଶ୍ଵର:  ମମିତା ମେହେର ହତ୍ୟା ଘଟଣାରେ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସରକାରଙ୍କର ଏବଂ ଖୋଦ ମୁଖ୍ୟମନ୍ତ୍ରୀଙ୍କର ଭୂମିକାକୁ ତୀବ୍ର ନିନ୍ଦା କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜେ ଅପରାଧୀ ମାନଙ୍କୁ ଘଂଟ ଘୋଡ଼ାଉଛନ୍ତି । ଅପରାଧରେ ସଂଶ୍ଳିଷ୍ଟ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଏ ପର୍ଯ୍ୟନ୍ତ ବରଖାସ୍ତ କରୁନାହାନ୍ତି । ତାଙ୍କ ବିରୋଧରେ ଆପତତଃ ପ୍ରମାଣ ଥାଇ ମଧ୍ୟ ମୋକଦ୍ଦମା ରୁଜୁ କରୁନାହାନ୍ତି। ରାଜ୍ୟରେ ଗୋଟିଏ ପରେ ଗୋଟିଏ ନାରୀ ନିର୍ଯ୍ୟାତନା ବଢ଼ିଚାଲିଛି । ସମଗ୍ର ରାଜ୍ୟ ଆଜି ଅପରାଧୀମାନଙ୍କ ଚରାଭୂଇଁ ପାଲଟିଛି । ଆଇନ କାନୁନକୁ ଭୃକ୍ଷେପ ନାହିଁ । ହତ୍ୟା, ଗଣଦୁର୍ଷମ ମାନବ ଚାଲାଣ ଏବଂ ନିଶା ସାମଗ୍ରୀର କାରବାର ଏ ରାଜ୍ୟରେ ଦ୍ରୁତ ` ଗତିରେ ବୃଦ୍ଧିପାଇ ଚାଲିଛି।

ଏହି ପରିପ୍ରେକ୍ଷୀରେ ଆସନ୍ତା ୧୦ ଦିନ ମଧ୍ୟରେ ଯଦି ମୁଖ୍ୟମନ୍ତ୍ରୀ ନିଜ ମନ୍ତ୍ରିମଣ୍ଡଳରୁ ଦିବ୍ୟଶଙ୍କର ମିଶ୍ରଙ୍କୁ ବିଦା ନକରନ୍ତି, ତାଙ୍କ ବିରୋଧରେ ଫୌଜଦାରୀ ମକୋଦ୍ଦମା ଦାୟର ନକରନ୍ତି ଏବଂ ତାଙ୍କୁ ଗିରଫ ନକରନ୍ତି ଏହାର ପ୍ରତିବାଦରେ ଆସନ୍ତା ନଭେମ୍ବର ମାସ ୧୨ ତାରିଖ ଶୁକ୍ରବାର ଦିନ ଓଡ଼ିଶା ବନ୍ଦ କରିବାକୁ କଂଗ୍ରେସ ଦଳ ନିଷ୍ପତି ନେଇଛି ବୋଲି ଆଜି ପ୍ରେସବାର୍ତ୍ତା ଜରିଆରେ ପିସିସି ଉପସଭାପତି ଗଣେଶ୍ୱର ବେହେରା ପ୍ରକାଶ କରିଛନ୍ତି।
ନାରୀର ସମ୍ମାନ ଓ ନାରୀ ସୁରକ୍ଷା ପାଇଁ ଓଡ଼ିଶା ବନ୍ଦ ନିଷ୍ପତିକୁ ଓଡ଼ିଶାବାସୀଙ୍କୁ କଂଗ୍ରେସ ତରଫରୁ ପୂର୍ବପ୍ରାଣରେ ସହଯୋଗ କରିବା ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିବେଦନ କରିଛନ୍ତି।

The post ୧୨ ନଭେମ୍ବରରେ ‘ଓଡ଼ିଶା ବନ୍ଦ’ ପାଇଁ ନିଷ୍ପତ୍ତି ନେଲା କଂଗ୍ରେସ first appeared on Sambad.

from ରାଜନୀତି | Sambad https://ift.tt/2ZJDUuk