
ଭୁବନେଶ୍ବର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖ (ବୁଧବାର) ଠାରୁ ଆରମ୍ଭ ହେବାକୁ ଯାଉଛି। ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବାକୁ ବିରୋଧୀ ଦଳ ତଥା ବିଜେପି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିସାରିଛନ୍ତି। ତେବେ ଶାସକ ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ରୀୟ ଅବହେଳାକୁ ମୁଖ୍ୟ ପ୍ରସଙ୍ଗ କରିବ। ବିଧାୟକ ଦଳର ବୈଠକ ପରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ବିଜେଡି ବିଧାୟକ ଦଳ ବୈଠକରେ ଶୀତକାଳୀନ ଅଧିବେଶନ ପାଇଁ ରଣନୀତି ପ୍ରସ୍ତୁତ ହୋଇଛି। ବିଜେଡି ଗୃହରେ ଏଲ୍ପିଜି, ଦରଦାମ୍ ବୃଦ୍ଧି ପ୍ରସଙ୍ଗ ଉଠାଇବ। କୋଇଲା ରୟାଲ୍ଟି ଓ ଏମ୍ଏସ୍ପି ପ୍ରସଙ୍ଗ ମଧ୍ୟ ଉଠିବ। ସେହିପରି ସ୍ବାମୀନାଥନ କମିଟି ସୁପାରିସ୍ କାର୍ଯ୍ୟକାରୀ କରିବା ପାଇଁ ପ୍ରସଙ୍ଗ ଉଠିବ।
ସୂଚନାଯୋଗ୍ୟ, ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖ ଠାରୁ ୩୧ ତାରିଖ ଯାଏଁ ଚାଳିବ। ମୋଟ ୨୬ ଦିନ ଧରି ଚାଲିବ ବିଧାନସଭାର ଶୀତକାଳୀନ ଅଧିବେଶନ। ବିଧାନସଭା ପୂର୍ବାହ୍ନ ୧୦ଟା ୩୦ରୁ ଆରମ୍ଭ ହୋଇ ୧ଟା ୩୦ଯାଏଁ ବସିବ ଏବଂ ଅପରାହ୍ନ ୪ଟା ରୁ ୬ଟା ଯାଏଁ ଚାଲିବ। ଏପରି ପ୍ରତିଦିନ ୫ ଘଣ୍ଟା ଚାଲିବ। ଅତିରିକ୍ତ ବଜେଟ୍ ୫ଟା ବେଳେ ଉପସ୍ଥାପନ ହେବ। ମୁଲତବୀ ପ୍ରସ୍ତାବ ୯୦ ମିନିଟ୍ ଆଲୋଚନା ହେବ। ବିରୋଧୀ ୫୫ ମିନିଟ୍ ଓ ମନ୍ତ୍ରୀଙ୍କ ଉତ୍ତର ସହ ଶାସକ ଦଳ ପାଇଁ ୩୫ ମିନିଟ୍ ରହିବ। ସପ୍ତାହକ ୬ ଦିନ ମଧ୍ୟରେ ୪ ଦିନ ମୁଖ୍ୟ ବିରୋଧୀ ଦଳ ବିଜେପି ପାଇଁ ଓ କଂଗ୍ରେସ ୨ ଦିନ ମୁଲତବୀ ପ୍ରସ୍ତବ ଦେଇପାରିବ। ରାଜ୍ୟପାଳଙ୍କ ଅଭିଭାଷଣ ଓ ପ୍ରଶ୍ନକାଳ ବେଳେ ହଟ୍ଟାଗୋଳ ନ କରିବାକୁ ବାଚସ୍ପତି ଅନୁରୋଧ କରିଛନ୍ତି।
The post ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ: କେନ୍ଦ୍ରୀୟ ଅବହେଳାକୁ ପ୍ରସଙ୍ଗ କରିବ ବିଜେଡି first appeared on Sambad.from ରାଜନୀତି | Sambad https://ift.tt/32Blux4
0 Comments