ଭୁବନେଶ୍ବର: ସର୍ବଦଳୀୟ ବୈଠକକୁ ବର୍ଜନ କଲା ବିଜେପି। ସର୍ବଦଳୀୟ ବୈଠକ ଆରମ୍ଭରୁ ହିଁ ଉଠିଗଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ। ମୁଖ୍ୟ ବିରୋଧୀ ଦଳ ହିସାବରେ ବିଜେପିକୁ ତାର ହକ୍ ଦିଆଯାଉ ନଥିବା ଅଭିଯୋଗ ଆଣିଲେ ବିଷ୍ଣୁ ସେଠୀ । ପୂର୍ବରୁ ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ନେତା ଓ ଉପ ନେତା ଉପସ୍ଥିତ ରହୁଥିଲେ। କିନ୍ତୁ ବିରୋଧୀ ଦଳ ନେତାଙ୍କ ଅସୁସ୍ଥତା କାରଣରୁ ବିରୋଧୀ ଦଳ ଉପ ନେତା ଉପସ୍ଥିତ ରହି ପାରିବେ ବୋଲି କୁହାଯାଇଛି।

ଏହା ବାଦ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଏବଂ ବିଧାୟକ ଜୟ ନାରାୟଣ ମିଶ୍ରଙ୍କୁ ବୈଠକରେ ସାମିଲ କରିବାକୁ ଦାବି କରିଥିଲା ବିଜେପି। ଗତ ସର୍ବଦଳୀୟ ବୈଠକରେ ପ୍ରତିଶ୍ରୁତି ଦିଆଯାଇଥିବା ଥିଲେ ବି ଏଥର ଏହାକୁ ବାଚସ୍ପତି ଆଗ୍ରହ୍ୟ କରି ଦେବାରୁ ବୈଠକକୁ ବର୍ଜନ କରିଛି ଦଳ ବୋଲି ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ କହିଛନ୍ତି।

The post ସର୍ବଦଳୀୟ ବୈଠକକୁ ବର୍ଜନ କଲା ବିଜେପି: ମୁଖ୍ୟ ବିରୋଧୀ ଦଳକୁ ହକ୍ ଦିଆଯାଉ ନଥିବା ଅଭିଯୋଗ ଆଣିଲେ ବିଷ୍ଣୁ ସେଠୀ first appeared on Sambad.

from ରାଜନୀତି | Sambad https://ift.tt/3E2VtF1