ଭୁବନେଶ୍ବର: ଆସନ୍ତାକାଲି ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଛି। ସେଥିପାଇଁ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ବିଧାନସଭା ଅଧିବେଶନ ପାଇଁ ରଣନୀତି ପ୍ରସ୍ତୁତି କରାଯାଇଛି।ବିଧାନସଭାରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ ହୋଇଛି। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ସାଙ୍ଗଠନିକ ସମ୍ପାଦକ ମାନସ ମହାନ୍ତି, କୋର କମିଟି ସଦସ୍ୟ ମନମୋହନ ସାମଲ, ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ବିରୋଧ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ, ମୁଖ୍ୟ ସଚେତକ ମୋହନ ମାଝି ଓ ଅନ୍ୟ ବିଧାୟକମାନେ ଉପସ୍ଥିତ ଅଛନ୍ତି। ହେଲେ ଅସୁସ୍ଥତା ଯୋଗୁ ବିରୋଧୀ ଦଳ ନେତା ପ୍ରଦୀପ ନାୟକ ବୈଠକରେ ଯୋଗ ଦେଇନାହାନ୍ତି।
ଏସଂପର୍କରେ ସୂଚନା ଦେଇ ବିଧାୟକ ଦଳର ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି, ବିଧାନସଭାର ଶୀତକାଳୀନ ଅଧିବେଶନରେ ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବି ଜୋରଦାର ହେବ। ଏହାଛଡ଼ା ରାଜ୍ୟର, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ଧାନମଣ୍ଡି ଅବ୍ୟବସ୍ଥା ଓ ଆବାସ ଦୁର୍ନୀତି ପ୍ରସଙ୍ଗ ଉଠିବ।

The post ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବି କରିବ ବିଜେପି first appeared on Sambad.

from ରାଜନୀତି | Sambad https://ift.tt/3d0e34A